Prabasi Odia Sahitya: Srusti O Samikshya

Regular price
$21.99
Sale price
$21.99
Regular price
$18.00
Sold out
Unit price

ମଣିଷ ବିଦେଶରେ ରହି ଭାଷା ଭୁଲିଗଲେ ପରିଚିତି ସଂକଟର ସାମ୍ନା କରେ । ଓଡ଼ିଆ ସନ୍ତାନ ପୃଥିବୀର ବହୁ ଦେଶରେ ଅଛନ୍ତି ଓ ସେମାନେ ନିଜ ନିଜ କ୍ଷେତ୍ରରେ ସଫଳ ଓ ସମୃଦ୍ଧ । କର୍ମକ୍ଷେତ୍ରରେ ଓ ଦୈନନ୍ଦିନ ଜୀବନରେ ନିଜ ମାତୃଭାଷା ବ୍ୟବହାର କରିପାରନ୍ତି ନାହିଁ । କିନ୍ତୁ ପ୍ରଥମ ପିଢ଼ିର ପ୍ରବାସୀ ଓଡ଼ିଆମାନେ ସେମାନଙ୍କ ହୃଦୟର ନିକଟତମ ମାତୃଭାଷା ଓଡ଼ିଆକୁ ଭୁଲନ୍ତି ନାହିଁ । ସେମାନଙ୍କୁ ପଚାରିଲେ ସେମାନେ ନିଶ୍ଚୟ କହିବେ ସେମାନେ ସ୍ୱପ୍ନ ଦେଖନ୍ତି ମାଆର ଭାଷା ଓଡ଼ିଆରେ । ଆମେ ଓଡ଼ିଶାରେ ଥାଇ ଖବର ରଖୁ ବା ନ ରଖୁ କେତେ ପ୍ରବାସୀ ଓଡ଼ିଆ ବିଶେଷ କରି ଆମେରିକାରେ ଥିବା ପ୍ରଥମ ପିଢ଼ିର ସଫଳ ଓଡ଼ିଆ ମାତୃଭାଷାରେ ସାହିତ୍ୟ ରଚନା କରନ୍ତି । ମାଆ ଏବଂ ମାତୃଭାଷାର (ଲିପି) ମୁହଁ ସବୁଠୁ ସୁନ୍ଦର । ମାତୃଭାଷା ପୃଥିବୀର ମଧୁରତମ ସଂଗୀତ । ପ୍ରାଚୁର୍ଯ୍ୟ ଭିତରେ ଥାଇ ମଧ୍ୟ ଓଡ଼ିଆମାନେ ମାଆ ହାତରନ୍ଧା ଖାଦ୍ୟପେୟ ଏବଂ ମାତୃଭୂମିର ପର୍ବପର୍ବାଣି, ନୃତ୍ୟ-ଗୀତକୁ ଝୁରି ହୁଅନ୍ତି । ସେମାନେ ପ୍ରବାସୀ ଓଡ଼ିଆ ହେଲେ ମଧ୍ୟ ଛିନ୍ନମୂଳ ନୁହଁନ୍ତି । ଆପଣାର ଗାଁ, ଘର ଏବଂ ସଂସ୍କୃତି ପାଇଁ ସେମାନଙ୍କ ଭିତରେ ଉଚ୍ଚାଟ ଆବେଗ ସେମାନଙ୍କୁ ଲେଖାଏ । ଘର-ବାହାରେ ବେଶ୍ ପରିଶ୍ରମ କରନ୍ତି ସେମାନେ । ତା' ସତ୍ତ୍ୱେ ଯେଉଁ କେତେ ଜଣଙ୍କ ଭିତରେ ସୃଜନ ପ୍ରତିଭା ଅଛି, ସେମାନେ ଲେଖୁଛନ୍ତି । ଆମେ ସେମାନଙ୍କୁ କେତେ ପଢ଼ିଛୁ ଜାଣିଛୁ ସେଇଟା ସେମାନଙ୍କର ନୁହେଁ ଆ

Product Details

ISBN-13: 9781645603726

Media Type: Paperback

Publisher: Black Eagle Books

Publication Date: 04-17-2023

Pages: 452

Product Dimensions: 8.50h x 5.50w x 1.01d

Go to full site